ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ଆସନ୍ତା ଦୁଇ ଦିନ ଧରି ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହେବାର ପୂର୍ବାନୁମାନ କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ୯ ଜିଲାକୁ ଅରେଞ୍ଜ ଆଲର୍ଟ ଏବଂ ୧୩ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଉତ୍ତର ଓଡ଼ିଶାର କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଆଦି ଜିଲାଗୁଡ଼ିକୁ ସତର୍କ ରହିବାକୁ କୁହାଯାଇଛି। ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା ମଧ୍ୟ ବର୍ଷାର ପ୍ରଭାବରେ ଥିବାର ସମ୍ଭାବନା ଅଛି। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିପାରେ।